ବାରିପଦା: ରାଷ୍ଟ୍ରପତି ହେବା ପରେ ପ୍ରଥମଥର କରି ଜନ୍ମମାଟିକୁ ଆସିଥିଲେ ମହାମହିମ । ନିଜ ଗାଁ ପାହାଡ଼ପୁର ଯାଇ ସ୍ବର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହା ସହିତ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେଇଥିଲେ । ସେହିପରି ଗତକାଲି ଦ୍ବିତୀୟ ଦିନରେ ରାଇରଙ୍ଗପୁରସ୍ଥିତ ଶିବମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଦର୍ଶନ ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଦେଇଥିଲେ ଶ୍ରଦ୍ଧାଞ୍ଜଳି । ଏହା ସହ ଶିମିଳିପାଳ ବୁଲି ଦେଖିଥିଲେ ।
ବାରିପଦାରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଏପରି ଆହ୍ବାନ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମୟୂରଭଂଜର ଝିଅ ତାଙ୍କର ପ୍ରଥମ ପରିଚୟ ବୋଲି କହିବା ସହିତ ଚାକିରି ଦେବାର ମାନସିକତା ରଖିବାକୁ ଛାତ୍ରଛାତ୍ରୀଙ୍କୁ ସେ ପରାମର୍ଶ ଦେଇଛନ୍ତି । ଆଗକୁ ଚାଲିବା ବଳେ ଥରେ ଥରେ ପଛକୁ ଚାହିଁବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । ପଛକୁ ଚାହିଁଲେ ଦେଖିପାରିବ ତୁମ ସହ କିଏ ପ୍ରତିଦ୍ୱନ୍ଦ୍ୱିତା ଦୌଡ଼ରେ ଅଛନ୍ତି । ବିକାଶର ସବୁ ପ୍ରକାର ଲାଭ ସମସ୍ତଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ । କେବଳ ନିଜ କଥା ନୁହେଁ, ଅନ୍ୟମାନଙ୍କ କଥା ଭାବିବାକୁ ଛାତ୍ରଛାତ୍ରୀଙ୍କୁ ମହାମହିମ ପରାମର୍ଶ ଦେଇଛନ୍ତି ।ସମାବର୍ତ୍ତନ ସମାରୋହରେ ୯୦ ଜଣ ଗବେଷକଙ୍କୁ ପିଏଚଡି ଉପାଧି, ୮ ଜଣ ବ୍ୟକ୍ତି ବିଶେଷଙ୍କୁ ଡିଲିଟ, ୩୪ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି । ବିଶ୍ୱ ଏବେ ଜଟିଳ ସମସ୍ୟା ଦେଇ ଗତିକରୁଛି । ଗ୍ଲୋବାଲ ଓ୍ୱାର୍ମିଂ ବିଶ୍ୱ ପାଇଁ ବଡ଼ ସମସ୍ୟା ଭାବେ ଉଭା ହୋଇଛି । ଅନ୍ୟପଟେ ବିଶ୍ୱ ଆଜି ବହୁତ ଛୋଟ ହୋଇ ଆମ ଅଙ୍ଗୁଳି ଟିପରେ ରହିଛି । ଏବେ ପ୍ରତିଯୋଗିତା ଖୁବ୍ ତୀବ୍ର ହୋଇଥିବାରୁ ନିଜକୁ ଅଧିକ ଦକ୍ଷ କରିବାକୁ ପଡ଼ିବ ।
ଆଗକୁ ଯାଅ , ଅନ୍ୟକୁ ଆଗକୁ ନିଅ -ରାଷ୍ଟ୍ରପତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











