The Ultimate Managed Hosting Platform
ADVERTISEMENT

ବାୟୁସେନା ବିମାନ MIG-21 ଦୁର୍ଘଟଣାଗ୍ରସ୍ତ; ୨ ଗ୍ରାମବାସୀ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତୀୟ ବାୟୁସେନା ବିମାନ MIG-21 ଦୁର୍ଘଟଣାଗ୍ରସ୍ତ । ରାଜସ୍ଥାନର ହନୁମାନଗଡ ନିକଟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟ ସୁରକ୍ଷିତ ଥିବା ବେଳେ ଖସିପଡିଥିବା ଗାଁରେ ୨ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି । ସୁରତଗଡରୁ ଉଡାଣ ଭରିଥିଲା ବିମାନ । ଘଟଣାସ୍ଥଳରେ ଉଦ୍ଧାରକାର୍ୟ୍ୟ ଜାରି ରହିଛି ।
ଉଡାଣ ଭରିବା ବେଳେ କୌଣସି କାରଣରୁ ପାଇଲଟଙ୍କ ନିୟନ୍ତ୍ରଣ ବାହାରକୁ ଯାଇଥିଲା ମିଗ୍-୨୧ । ତେବେ ଏହି ଦୁର୍ଘଟଣାରେ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି ଦୁଇ ପାଇଲଟ । ଦୁର୍ଘଟଣା ଘଟିବା ପରେ ପାଇଲଟ ପାରାସୁଟ୍ ସାହାଯ୍ୟରେ ବିମାନରୁ ଡେଇଁପଡିଥିଲେ । କିନ୍ତୁ ବିମାନଟି ଏକ ଘର ଉପରେ ପଡିଯାଇଥିଲା । ଫଳରେ ୨ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କିନ୍ତୁ ଏୟାରଫୋର୍ସ ତରଫରୁ ଏପର୍ୟ୍ୟନ୍ତ କୌଣସି ସୂଚନା ମିଳିନାହିଁ ।
ତେବେ ଦୁର୍ଘଟଣା କାହିଁକି ଘଟିଲା, ତାହା ଏପର୍ୟ୍ୟନ୍ତ ଜଣାପଡିନାହିଁ । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ତଦନ୍ତ ଜାରି ରଖିଛି । ଘଟଣାସ୍ଥଳରୁ ଲୋକଙ୍କୁ ଦୂରେଇ ରହିବା ପାଇଁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login