ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏ ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇପାରେ। ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୦ତାରିଖରେ ବର୍ଷା ପବନ ବଢିବ। ଏହାର ପ୍ରଭାବରେ ୧୨ତାରିଖ ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Views: 104











