ଝାରସୁଗୁଡ଼ା : ଝାରସୁଗୁଡ଼ାରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ସରିଲା କାଉଣ୍ଟିଂ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଭୋଟ ଗଣତି ଶେଷ ହେଲା। ଝାରସୁଗୁଡ଼ା ବଢ଼େଇମୁଣ୍ଡା ଇଂଜିନିୟରିଂ ସ୍କୁଲ ସ୍ଥିତ ଷ୍ଟ୍ରଙ୍ଗ୍ ରୁମ୍ରେ କଡ଼ା ସୁରକ୍ଷାରେ ଭୋଟ ଗଣତି ସରିଲା। ଝାରସୁଗୁଡ଼ାର ପ୍ରମୁଖ ଯୋଦ୍ଧା ଥିଲେ ବିଜେଡିରୁ ନବ ଦାସଙ୍କ ଝିଅ ଦୀପାଳି ଦାସ। ଯିଏକି ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କୁ ପଛରେ ପକାଇ ବାଜି ମାରିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୪୮,୬୧୯ ଖଣ୍ଡ ଭୋଟରେ ଆଗୁଆ ରହି ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ମୁକୁଟ ପିନ୍ଧିଛନ୍ତି।
ବିଜୟ ପରେ ପ୍ରତିକ୍ରିୟା ରଖିଛନ୍ତି ଦୀପାଳି ଦାସ । ଆଜି ଆମ ପରିବାର ପାଇଁ ଏକ ଇମୋସନାଲର ଦିନ । ଆଜି ନବ ଦାସ ପୁଣି ଥରେ ଝାରସୁଗୁଡ଼ା ମାଟିକୁ ଫେରିଆସିଛନ୍ତି ବୋଲି କହିଛନ୍ତି ଦୀପାଳି । ସେ ଆହୁରି କହିଛନ୍ତି କି ଏହି ବିଜୟ ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡିର ସମସ୍ତ ନେତା ଓ କର୍ମୀଙ୍କୁ ଧନ୍ୟବାଦ ଜଣାଉଛି । ବିଜୁ ଜନତା ଦଳ ସବୁବେଳେ ବିକାଶ ପାଇଁ ଲଢ଼ିଛି, ବିକାଶ ପାଇଁ ଠିଆ ହୋଇଛି । ଝାରସୁଗୁଡ଼ା ମାଟିରେ ବିକାଶ ପୁରୁଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଦ ପଡ଼ିଛି । ଏହି ଅଞ୍ଚଳରେ ବିକାଶର ଦୀପାବଳି ଜଳିବାରୁ ଆଉ କେହି ଅଟକାଇ ପାରିବେନି । ମୋ ବାପାଙ୍କ ସ୍ୱପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ । ତାହାର ସମସ୍ତ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ନିଶ୍ଚିତ ଭାବରେ ମୁଁ କରିବି ବୋଲି ବିଜୟ ପରେ କହିଛନ୍ତି ଦୀପାଳି ଦାସ ।
ଝାରସୁଗୁଡାରେ ବିଜେଡିର ବଡ ବିଜୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











