The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ (ତା.୧୭-୦୫-୨୦୨୩ ରିଖ ବୁଧବାର)

Facebook
Twitter
LinkedIn

ମେଷ-ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ହୋଇପାରେ । ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ । ପରିସ୍ଥିତିବଶତଃ ଆଜି ବନ୍ଧୁଗୃହକୁ ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ବୃଷ-ସମ୍ପର୍କୀୟଙ୍କ ସହ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଧପଡ଼ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।

ମିଥୁନ-ମନର କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚ ବଶତଃ ବନ୍ଧୁଙ୍କୁ କହିପାରିବେ ନାହିଁ । ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁଙ୍କ ଶ୍ରଦ୍ଧାଭାଜନ ହେବେ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି ।

କର୍କଟ-ସମୟର ପ୍ରତିକୂଳତା ଅନୁଭବ କରି ଅନାଗତ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, ବ୍ୟବସାୟରେ ସ୍ଥିତି ଅନୁକୂଳ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ ।

ସି˚ହ-ବିବାଦୀୟ ପରିସ୍ଥିତିର ଦୃଢ଼ମୁକାବିଲା କରି ସଫଳତା ପାଇବେ । ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି । ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ବୁଝାମଣାର ଭିନ୍ନତା ହେତୁ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ ।

କନ୍ୟା-ପ୍ରତିବନ୍ଧକ ମଧ୍ୟରେ ଗତିକରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ପୂର୍ବଶତ୍ରୁତାକୁ କେନ୍ଦ୍ରକରି ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି ।

ତୁଳା-ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ବିଛା-ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ଘରମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । କେତେକ ଅସ୍ବାଭାବିକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି ।

ଧନୁ-ଆଜିର କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଭିତରେ ଚଳିବାକୁ ପଡ଼ିପାରେ । କ୍ରୀଡା, ସାହିତ୍ୟ, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ବନ୍ଧୁଙ୍କ କାମରେ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ। ପରିବାରର ଆବଶ୍ୟକତା ଅନୁସାରେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।

ମକର-ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ। ବନ୍ଧୁଙ୍କ ସାହାଯ୍ୟ ଓ ପରାମର୍ଶରେ ଟେନ୍‌ସନ କମିଯିବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି । ଆନୁଷ୍ଠାନିକ କାର୍ଯ୍ୟରେ ସ୍ବତନ୍ତ୍ରଭାବରେ ନିମନ୍ତ୍ରିତ ହେବା ସହ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।

କୁମ୍ଭ-କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଣସି ଅସୁବିଧା ନ ହୋଇ ଯଥା ସମୟରେ ସବୁ ଠିକ୍‌ ହୋଇଯିବ । ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ ଓ ଅଭିଳାଷ ପୂରଣ ହେବ ।

ମୀନ-ଆଜି ଦିନଟିରେ ଯେତେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ । ପାରିବାରିକ ଅସୁବିଧାକୁ ସୁଧାରିନେବା ସକାଶେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login