କଟକ : ପଶ୍ଚିମବଙ୍ଗ ବାଣ ବିସ୍ଫୋରଣ ଘଟଣାରେ ବାଣ ମାଲିକଙ୍କ ମୃତ୍ୟୁ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ବାଣ ମାଲିକ ଭାନୁ ବାଗକୁ କାଲି ଗିରଫ କରିଥିଲା ପଶ୍ଚିମବଙ୍ଗ ପୋଲିସ । ମେଦିନପୁର ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ।
କଟକ ଭାଣପୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ। ଶରୀରର ୮୦ ପ୍ରତିଶତ ଅଂଶ ପୋଡିଯାଇଥିବା ରୁ ଅବସ୍ଥା ଗୁରୁତର ରହିଥିଲା। ଗତ ମଙ୍ଗଳବାର ଦିନ ରାତିରେ ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। କାଲି ସକାଳେ କଲିକତା କ୍ରାଇମବ୍ରାଞ୍ଚ୍ ର ଏକ ଟିମ୍ ମେଡିକାଲ ଆସି ତାକୁ ଗିରଫ କରିଥିଲା। ତାର ଘର ପୂର୍ବ ମେଦିନୀପୁର ଏଗ୍ରା ଥାନା ଅନ୍ତର୍ଗତ ଖାଦିପୁଲ ବୋଲି କଲିକତା କ୍ରାଇମବ୍ରାଞ୍ଚ୍ କହିଛି।
ଭାନୁ ବାଗ ଓଡ଼ିଶା ପଳାଇ ଆସିଥିବା ନେଇ ପଶ୍ଚିମବଙ୍ଗ ପୋଲିସ ସନ୍ଦେହ କରିଥିଲା ଓ ଏନେଇ କଟକ କମିଶନରେଟ ପୋଲିସକୁ ଜଣାଇଥିଲା। କଟକ ପୋଲିସ ପକ୍ଷରୁ ଏନେଇ ଖୋଳତାଡ଼ କରାଯାଇଥିଲା। କଟକ ପୋଲିସ ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଗତକାଲି ଭାନୁ ବାଗଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଗିରଫ କରିଥିଲା। ତେବେ ପଶ୍ଚିମବଙ୍ଗ ପୋଲିସ ତାଙ୍କୁ ସାଙ୍ଗରେ ନେଇ ଯାଇପାରି ନଥିଲା। କାରଣ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଆଉ ଆଜି ତାଙ୍କର ମୃତ୍ୟୁ ଘଟିଛି।
କାଲି ଗିରଫ , ଆଜି ମୃତ୍ୟୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











