ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ । ଚାର୍ଜସିଟରେ ରହିଥିବା ତଥ୍ୟ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା । ବ୍ୟକ୍ତିଗତ ଆକ୍ରୋଶ ରଖି ଗୋପାଳ ହତ୍ୟା କରିଥିବା ଉଲ୍ଲେଖ । ଘଟଣାକ୍ରମ, ତଦନ୍ତ ଓ ନିର୍ଯାସ ନେଇ ଉଲ୍ଲେଖ କରିଛି କ୍ରାଇମବ୍ରାଞ୍ଚ । ତଦନ୍ତ ଅନୁଯାୟୀ ଗୋପାଳ ବ୍ୟକ୍ତିଗତ ଆକ୍ରୋଶରୁ ହତ୍ୟା କରିଛି ।
୫୪୩ ପୃଷ୍ଠା ଚାର୍ଜସିଟ୍ରେ ରହିଛି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । କାହିଁକି ଗୋପାଳ ନବ ଦାସଙ୍କୁ ହତ୍ୟା କରିଥିଲା ? ଏହାର କାରଣ ରଖିଛି କ୍ରାଇମବ୍ରାଞ୍ଚ । ବ୍ୟକ୍ତିଗତ କାରଣ ପାଇଁ ନବ ଦାସଙ୍କୁ ହତ୍ୟା କରିଥିଲା ଗୋପାଳ । ହତ୍ୟାରେ କୌଣସି ଷଡ଼ଯନ୍ତ୍ର ହୋଇନାହିଁ । ହତ୍ୟାରେ ଗୋପାଳକୁ ଅନ୍ୟ କେହି ସହଯୋଗ କରିନାହାନ୍ତି । ଏଲଭିଏ ଓ ପଲିଗ୍ରାଫ ଟେଷ୍ଟରେ ଏସବୁକୁ ସ୍ୱିକାର କରିଛି ହତ୍ୟାକାରୀ । ସେହିଭଳି ନାର୍କୋ ଟେଷ୍ଟରେ ମଧ୍ୟ ଗୋପାଳ ସ୍ୱିକାର କରିଛି । ଏହାକୁ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍ରେ ଉଲ୍ଲେଖ କରିଛି ।
ଏହାସହ ଚାର୍ଜସିଟ୍ରେ ଦଫା ୩୦୭, ୩୦୨ ଓ ୨୭(୧) ଆର୍ମସ ଆକ୍ଟ ଲାଗିଛି। ତେବେ ଏହି ଦଫା ଗୋପାଳ ନାଁରେ ଲାଗିଛି ନା ଆଉ କାହା ନାଁରେ ଲାଗିଛି ତାହା ଜଣାପଡ଼ି ନାହିଁ। ନବ ଦାସ ହତ୍ୟାକାଣ୍ଡରେ ତଦନ୍ତ ଅଧିକାରୀଙ୍କୁ ମିଶାଇ ମୋଟ ୮୯ ଜଣ ସାକ୍ଷୀ ଥିବା ଚାର୍ଜସିଟ୍ରେ ଉଲ୍ଲେଖ ରହିଛି। ଏହି ଚାର୍ଜସିଟକୁ ନେଇ ଏବେ ନାନା ପ୍ରଶ୍ନ ଉଠୁଛି।
ବ୍ୟକ୍ତିଗତ ଆକ୍ରୋଶରୁ ନବ ଦାସଙ୍କୁ ହତ୍ୟା !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











