ନୂଆଦିଲ୍ଲୀ : ଖାଇକୁ ଖସିପଡଲା ଯାତ୍ରୀବାହୀ ବସ । ଫଳରେ ୬ ଜଣଙ୍କର ଜୀବନ ଯାଇଥିବା ବେଳେ ୨୨ ଜଣ ଗୁରୁତର ଆହତ ହୋଇଛନ୍ତି । ଉତ୍ତରାଖଣ୍ଡ ପୋୖଡ଼ି ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ବସ୍ଟି ରବିବାର ପୋୖଡ଼ିରୁ ଦେହଲଚୌରି ଅଭିମୁଖେ ଯାତ୍ରା କରୁଥିଲା । ଅପରାହ୍ନ ପ୍ରାୟ ୪ ଟା ସମୟରେ ସତ୍ୟଖାଲ ନିକଟରେ ହଠାତ୍ ନିୟନ୍ତ୍ରଣ ହରାଇ ରାସ୍ତାପାର୍ଶ୍ୱ ୧୦୦ ମିଟର ତଳକୁ ଖସି ପଡ଼ିଥିଲା । ଦୁର୍ଘଟଣାରେ ବସ୍ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକେ ଏବଂ ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ଯେ, ବସ୍ରେ ଯାତ୍ରୀମାନଙ୍କ ଚିତ୍କାର ଶୁଣିବା ପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ଘଟଣା ସମ୍ପର୍କରେ ଖବର ପାଇବାପରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ମାନଙ୍କୁ ଉଦ୍ଧାର କରିଥିଲେ । ଆହତମାନଙ୍କୁ ପ୍ରାଥମିକ ଚିକତ୍ସା ପାଇଁ ଶ୍ରୀନଗର ବେସ ଡାକ୍ତରଖାନାରେ ଭର୍ତ୍ତି କରାଯିବା ସହ ଗୁରୁତର ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସା କରାଯାଉଛି ।
Accident : ଖାଇକୁ ଖସିଗଲା ଯାତ୍ରୀବାହୀ ବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











