ବରଗଡ : ଆଜି ଶେଷ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆଜି ଅନ୍ତିମ ପର୍ୟ୍ୟାୟରେ କୃଷ୍ଣ ବଳରାମଙ୍କ ସହ ଗୋପାଳ ବାଳକଙ୍କ ମଥୁରା ଭ୍ରମଣ, କୁବଳୟା ହସ୍ତିବଧ, ଚାଣୁର ଓ ମୁଷ୍ଟିକ ଆଦି ଅଷ୍ଟମଲ୍ଲ ବଧ, ଶିବଧନୁ ଭଗ୍ନ , କଂସ ବଧ ଓ ଉଗ୍ରସେନଙ୍କ ରାଜ୍ୟାଭିଷେକ, ମଥୁରା କାରାଗାରରୁ ଦେବକୀ-ବସୁଦେବଙ୍କୁ ମୁକ୍ତି ଆଦି ଦୃଶ୍ୟ ଅଭିନୀତ ହେବ । ଏବଂ କଂସ ବଦ୍ଧରେ ସମଗ୍ର ମଥୁରା ଓ ଗୋପପୁରରେ ଆନନ୍ଦର ଲହରୀ ସହ ସମାପନ ହେବ ଧନୁଯାତ୍ରା । ଧନୁଯାତ୍ରାର ଦଶମଦିନରେ ମହାରାଜା କଂସ ନଗର ଭ୍ରମଣ କରିବା ସହ ରଂଗ ମହଲରେ ନାଚ ଗୀତର ମଜା ଉଠାଇଥିଲେ । ମହାରାଜା କଂସ ରାତ୍ରୀ ନିଦ୍ରାରେ ଥିବା ବେଳେ ସ୍ୱପ୍ନରେ କୃଷ୍ଣଙ୍କୁ ଦେଖି ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି ।
Views: 73











