ରାଜନଗର : ଆସନ୍ତାକାଲିଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁୟାରୀ ୧୪ ତାରିଖ ରୁ ୨୨ ତାରିଖ ପର୍ୟ୍ୟନ୍ତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ୟ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ୟ୍ୟଟକ ଭିତରକନିକା ବୁଲି ଆସିଲେ ଗଣନା ରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ୟ୍ୟଟକ ଆସିବା ଉପରେ ବାରଣ କରାଯାଏ ।
Views: 71











