The Ultimate Managed Hosting Platform
ADVERTISEMENT

ବର୍ଷା ସମ୍ଭାବନା ଆହୁରି ୨୪ ଘଣ୍ଟା; ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସମ୍ଭାବନା ଆହୁରି ୨୪ ଘଣ୍ଟା ରହିଛି । ସେଥି ପାଇ ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ରାଜ୍ୟ ପାଣିପାଗ ବିଭାଗ । ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେଥି ମଧ୍ୟରେ ଝାରସୁଗୁଡ଼ା, ଗରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ରହିଛି । ଏହି ଜିଲ୍ଲାମାନଙ୍କରେ ବର୍ଷା ହେବା ନେଇ ଅଧିକ ସମ୍ଭାବନା ରହିଛି । ତେବେ ଆଜି ଭୁବନେଶ୍ୱରରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ତେବେ ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ହେବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେପଟେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମଧରଣର କୁହୁଡି ପଡିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୬ ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରା କମିବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login