ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିବ ଶୀତର ପ୍ରକୋପ । ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗର ୁଥଣ୍ଡା ପବନ ପ୍ରବାହ ବଢିବ । ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁରରେ ଶୀତ ଲହରୀ ଅନୁଭୁତ ହେବାର ସମ୍ଭାବନା ରହିଛି । ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ । କିଛି ଜିଲ୍ଲାରେ ହାଲୁକା ଶୀତ ସହ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର ।
Views: 61











