ଭୁବନେଶ୍ୱର : ‘ବନ୍ଦେ ମାତରମ୍’ର ୧୫୦ ତମ ବାର୍ଷିକୀ ଅବସରରେ ସାମୂହିକ ଗାନ । ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟରେ ସାମୂହିକ ଗାନ । ଛାତ୍ରଛାତ୍ରୀ,ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦ୍ୱାରା ସାମୂହିକ ଗାନ ।‘ବନ୍ଦେ ମାତରମ୍’ର ୧୫୦ ତମ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ୟ୍ୟକ୍ରମ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।ସୂଚନାଯୋଗ୍ୟ, ଲୋକସେବା ଭବନରେ ରାଜ୍ୟସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍’ର ୧୫୦ ତମ ବର୍ଷ ପୂର୍ତ୍ତି କାର୍ୟ୍ୟକ୍ରମ ଗତବର୍ଷ ନଭେମ୍ବର ୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଉଦ୍ଘାଟିତ ହୋଇଥିଲା। ଲୋକସେବା ଭବନସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ୟ୍ୟକ୍ରମରେ ଦିଲ୍ଲୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା କାର୍ୟ୍ୟକ୍ରମ ଉଦ୍ଘାଟନ ଓ ରାଷ୍ଟ୍ର ଗୀତର ସାମୂହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ କଶ୍ମୀରରୁ କନ୍ୟାକୁମାରୀ ପର୍ୟ୍ୟନ୍ତ, ବନ୍ଦେ ମାତରମ୍କୁ ସାମୂହିକ ଭାବେ ଗାନ୍ କରିବାର ପ୍ରଭାବ ଖୁବ୍ ସୁଦୂରପ୍ରସାରୀ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞା ଦେବାରେ ସଫଳ ହେବ। ଆଗାମୀ ୧ବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନଙ୍କ ମାଧ୍ୟମରେ ସାମୂହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ୟ୍ୟକ୍ରମ ପାଇଁ ଯୋଜନା କରାଯାଇଛି। ଆଜିଠୁ ଏହାର ଶୁଭାରମ୍ଭ ହୋଇଛି।
Collective singing of ‘Vande Mataram’ : ଶିକ୍ଷାନୁଷ୍ଠାନରେ ‘ବନ୍ଦେ ମାତରମ୍’ ଗାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











