ପଟ୍ଟାମୁଣ୍ଡାଇ : ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା । କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ । ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା । ଏ ନେଇ ସୂଚନା ଦେଇଛନ୍ତି ରାଜନଗର ଡିଏଫଓ । ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ । ମହାନଦୀ ସାତକୋଶିଆ ଗଣ୍ଡରେ କେତେ ଅଛନ୍ତି କୁମ୍ଭୀର, ଚାଲିଛି ଗଣନା । ୩ ଦିନ ଧରି ଚାଲିବ ଗଣନା କାର୍ୟ୍ୟ । ଏଥିପାଇଁ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ, ମହାନଦୀ ଓ ଆଠମଲ୍ଲିର ବନଖଣ୍ଡରେ ମୋଟ ୧୪ଟି ଟିମ୍ ଗଠନ କରାଯାଇଛି । ପ୍ରତି ଟିମରେ ୪ରୁ ୫ଜଣ ଲେଖାଏଁ ମୋଟ ୭୦ ବନ କର୍ମଚାରୀ ଓ ଗବେଷଣା କରୁଥିବା ବ୍ୟକ୍ତି ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍, ଶକ୍ତିଶାଳୀ କ୍ୟାମେରା , ବାଇନାକୁଲର ସାହାଯ୍ୟରେ ଚାଲିଛି ଗଣନା ।
Views: 57











