The Ultimate Managed Hosting Platform
ADVERTISEMENT

Cyclone Montha Update ; ଆନ୍ଧ୍ର ମୁହାଁ ବାତ୍ୟା ‘ମନ୍ଥା’

Facebook
Twitter
LinkedIn

ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା । ଗୋପାଳପୁର ଠାରୁ ୧୦୪୦ କିମି, ବିଶାଖାପାଟଣା ଠାରୁ ୯୯୦ କିମି ଦୂରରେ । ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ । ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ମୋନ୍ଥା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଂଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି ।ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ୟ୍ୟନ୍ତ ବଡ଼ ବର୍ଷା ହୋଇପାରେ । ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି । ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ । ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login