The Ultimate Managed Hosting Platform
ADVERTISEMENT

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ବିଭ୍ରାଟ; ସମସ୍ତ ରେକର୍ଡ଼ ସିଲ୍ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ କୋର୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ବେଳେ ହୋଇଥିବା ବିଭ୍ରାଟକୁ ନେଇ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରେକର୍ଡ ଓ ତଦନ୍ତକାରୀ ସଂସ୍ଥାକୁ ମିଳିଥିବା ତଥ୍ୟକୁ ସୁରକ୍ଷିତ ରଖିବା ଲାଗି ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍.ଭି ରମଣା ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପଞ୍ଜାବ ପୋଲିସ ଅଧିକାରୀ, ଏସପିଜି ଓ ଅନ୍ୟ ଏଜେନ୍ସିଙ୍କୁ ସହଯୋଗ କରିବା ଏବଂ ସମସ୍ତ ରେକର୍ଡକୁ ସିଲ୍ କରିବା ପାଇଁ କହିଛନ୍ତି ସୁପ୍ରିମକୋର୍ଟ ।ଏକ ସଂଗଠନ ପକ୍ଷରୁ ଦାଏର ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଛି ।

ପ୍ରଧାନବିଚାରପତି ଏନ୍.ଭି ରମଣା, ଜଷ୍ଟିସ୍ ସୂର‌୍ୟ୍ୟକାନ୍ତ ଓ ଜଷ୍ଟିସ୍ ହିମା କୋହଲିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ମନିନ୍ଦର ସିଂହ ଏହାକୁ ଗମ୍ଭୀର ମାମଲା କହି ଯାଞ୍ଚ ଦାବି କରିଥିଲେ । ମାମଲାରେ ସୋମବାର ପର‌୍ୟ୍ୟନ୍ତ କୌଣସି ପଦକ୍ଷେପ ନ ନେବା ଲାଗି ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଓ ପଞ୍ଜାବ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପ୍ରଧାନବିଚାରପତି କହିଛନ୍ତି, ଅବହେଳା ପାଇଁ ତଦନ୍ତର ଆବଶ୍ୟକତା ରହିଛି । ସଲିସିଟର ଜେନରାଲ କହିଛନ୍ତି, ମାମଲାରେ ଏନଆଇଏ ମହାନିର୍ଦ୍ଦେଶକଙ୍କୁ ନୋଡାଲ ଅଧିକାରୀ କରିବାକୁ କେନ୍ଦ୍ର ପରାମର୍ଶ ଦେଇଥିଲେ । କିନ୍ତୁ ସୁପ୍ରିମକୋର୍ଟ ଚଣ୍ଡିଗଡ଼ ଡିଜି ଓ ଏନ୍ଆଇଏର ଜଣେ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ନିଯୁକ୍ତ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login