ଭୁବନେଶ୍ୱର : ବିଜେପିରେ ମିଶିବା ପରେ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପ୍ରତିକ୍ରିୟା । ରାଜ୍ୟପାଳ ପଦବୀକୁ ଲାଟ୍ ସାହେବ ପଦ ବାଲି ସମସ୍ତେ ଭାବିଥାଆନ୍ତି । କିନ୍ତୁ ଜଗନ୍ନାଥଙ୍କ ଭୂମି ଓଡିଶାରେ ମୁଁ ଏ ଚିନ୍ତାଧାରାକୁ ଭାଙ୍ଗିଲି । ୩ ମାସରେ ୩୦ ଜିଲ୍ଲା ବୁଲି ଲୋକଙ୍କ ସମସ୍ୟା ବୁଝିଲି । ରାଜ୍ୟପାଳ ଲାଟ ସାହାବ ନୁହଁନ୍ତି, ରାଜ୍ୟପାଳ ହେଉଛନ୍ତି ଲୋକଙ୍କ ରାଜ୍ୟପାଳ । ରାଜନୀତିକୁ ଫେରିବା ପରେ ପ୍ରତିକ୍ରିୟା ଦେଇ କିଛି ଏଭଳି କହିଛନ୍ତି ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେବାପରେ ରଘୁବର ଦାସ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । ୨୦୨୦ ବିଧାନସଭା ନିର୍ବାଚନ ହାରିବା ପରେ ରଘୁବର ଦାସ ଝାଡ଼ଖଣ୍ଡ ରାଜନୀତିରୁ ଓହରି ଯାଇଥିଲେ । ସେହି ବର୍ଷ ରଘୁବରଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦାୟିତ୍ୱ ନେଇ ଦିଲ୍ଲୀ ଡକାଯାଇଥିଲା । ୨୦୨୩ ମସିହାରେ ରଘୁବରଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇ ଭୁବନେଶ୍ୱର ପଠାଯାଇଥିଲା । ବିଜେପି ହାଇକମାଣ୍ଡ ପୁଣି ତାଙ୍କୁ ଝାଡ଼ଖଣ୍ଡକୁ ପଠାଇଛନ୍ତି । ଝାଡଖଣ୍ଡ ବିଜେପିକୁ ସଜାଡ଼ିବାକୁ ଦଳ ପୁଣି ତାଙ୍କ ଉପରେ ଭରସା କରିଛି ।
Ex Governor Raghubar Das’ response : ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି : ରଘୁବର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











