ପୁରୀ : ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ । ଶ୍ରୀବିଗ୍ରହମ ମାନଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।
Views: 46











