କଟକ : ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ରାଜ୍ୟର ୩୧୩୩ ଟି ସେଣ୍ଟରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଆଜି ପ୍ରଥମ ଦିନରେ ପ୍ରଥମ ଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ । ସକାଳ ୯ ଟାରୁ ସାଢ଼େ ୧୧ ଟା ପର୍ୟ୍ୟନ୍ତ ଚାଲିବ ପରୀକ୍ଷା । ପରୀକ୍ଷାର୍ଥୀମାନେ ସକାଳ ସାଢ଼େ ୭ ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରଵେଶ କରି ପାରିବେ । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି । ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାଡ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୯୦ ଟି ସ୍କ୍ୱାଡ କରାଯାଇଛି । ଏହା ବ୍ୟତୀତ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍କ୍ୱାଡ ମଧ୍ୟ କରାଯାଇଛି ।୩୧୪ ନୋଡାଲ ସେଣ୍ଟର ଓ ୩୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ ଦେଖିବା ପାଇଁ ବୋର୍ଡ ମୁଖ୍ୟ କାର୍ୟ୍ୟାଳୟରେ ରହିଛି ସେଣ୍ଟ୍ରାଲ କମାଣ୍ଡ କଣ୍ଟ୍ରୋଲ ରୁମ । ଏଠାରୁ ପରୀକ୍ଷା କେନ୍ଦ୍ର ସମ୍ପର୍କରେ ଟିକିନିଖି ଦେଖି ପାରିବେ ବୋର୍ଡ କର୍ତ୍ତୃପକ୍ଷ । ପ୍ରତି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବାର ଉଦ୍ୟମ କରାଯାଇଛି । ପ୍ରତି ପରୀକ୍ଷା କେନ୍ଦ୍ରରେ ଲାଗିଛି ୧୦ ଟି ସିସିଟିଭି କ୍ୟାମେରା । ପ୍ରଶ୍ନପତ୍ରର ଭାଇରାଲ ରୋକିବା ପାଇଁ ମାଟ୍ରିକ ପ୍ରଶ୍ନପତ୍ରରେ ୱାଟର ମାର୍କ, ଷ୍ଟାଟିକ କ୍ୟୁ ଆର କୋଡ ଓ ଡାଇନାମିକ କୋଡ ବ୍ୟବସ୍ଥା କରାଯାଇଛି ।
Matric exam start :ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ, ମାର୍ଚ୍ଚ ୬ ଯାଏଁ ଚାଲିବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











