ଭୁବନେଶ୍ୱର : ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି ।ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି ।
Views: 51











