ଭୁବନେଶ୍ୱର : MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । କ୍ଷୁଦ, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡିବନି । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଓ ଭଡା ଛାଡ ପାଇଁ ନିଷ୍ପତ୍ତି । ପୂର୍ବରୁ କିସମ ପରିବର୍ତ୍ତନ ପାଇଁ ଜମି ବେଞ୍ଚ ମାର୍କର ୧ ପ୍ରତିଶତ ଦେବାକୁ ପଡୁଥିଲା । ଏଥି ସହ ୧ ପ୍ରତିଶତ ଭଡା ମଧ୍ୟ ଦେବାକୁ ପଡୁଥିଲା , ଏବେ ଏହି ୨ଟି ଯାକ ଛାଡ । କେନ୍ଦ୍ରର ପୋର୍ଟାଲରେ ଥିବା ସହ ଜିଲ୍ଲା କମିଟି ଅନୁମୋଦିତ ହୋଇଥିଲେ ସୁବିଧା ମିଳିବ । ସଂରକ୍ଷିତ ଅଞ୍ଚଳ , ପ୍ରତିରକ୍ଷା ପ୍ରତ୍ନତାତ୍ତ୍ୱିକ ଜମି ପାଇଁ ଏହି ସୁବିଧା ଲାଗୁ ହେବନି । ଉଦ୍ୟୋଗୀମାନେ ଉଦେ୍ଦଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ । ସଂରକ୍ଷିତ ଅଞ୍ଚଳ, ପ୍ରତିରକ୍ଷା ଜମି,ଉପକୂଳ ନିୟମିକ ଅଞ୍ଚଳ, ପ୍ରତ୍ନତାତ୍ତିକ ଜମି ଯେଉଁଠି ଅନ୍ୟ ଆଇନ ବଳବତ୍ତର ଅଛି ସେଠି ଏହି ସୁବିଧା ଲାଗୁ ହେବ ନାହିଁ। ତେବେ ଉଦ୍ୟୋଗୀମାନେ ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ।
MSME ଉଦ୍ୟୋଗୀଙ୍କ ପାଇଁ ବଡ ନିଷ୍ପତ୍ତି , ଫି ଓ ଭଡା ଛାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











