ବିହାର : ଆଜିଠୁ ବିହାରରେ ପୁଣି ନୀତୀଶ ଯୁଗ । ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୈାଧୁରୀ ଓ ବିଜୟ ସିହ୍ନା । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ । ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ । ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ । ହୋଟେଲ ମୌର୍ୟ୍ୟରେ ଅତିଥିମାନଙ୍କ ପାଇଁ ଖାଦ୍ୟର ବ୍ୟବସ୍ଥା ହୋଇଛି ।
ନୀତିଶଙ୍କ ଶପଥ ଉତ୍ସବରେ ଉତ୍ତର ପ୍ରଦେଶ, ଦିଲ୍ଲୀ, ଗୁଜରାଟ, ମଧ୍ୟପ୍ରଦେଶ, ହରିୟାଣା, ଉତ୍ତରାଖଣ୍ଡ, ଓଡ଼ିଶା, ଆସାମ, ଅରୁଣାଚଳ ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ଓ ମଣିପୁର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି । ନୀତିଶଙ୍କ ସହିତ ଆଉ ୨୬ ଜଣ ଅନ୍ୟ ମନ୍ତ୍ରୀ ଶପଥ ନେଇଛନ୍ତି ।
Views: 29











