ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ମତଦାନ ଆଜି ଆରମ୍ଭ ହୋଇଛି । ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ନେତା ବାଛିବେ । ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ମୋଟ ୩୫୮ କେନ୍ଦ୍ରରୁ ୪୭ଟି ସମ୍ବେଦନଶୀଳ ବୁଥ ରହିଛି । ସମ୍ବେଦନଶୀଳ ବୁଥରେ ୪ଟା ଯାଏଁ, ଏନ୍ୟ ସବୁ ବୁଥରେ ୫ଟା ଯାଏଁ ଭୋଟିଂ ଚାଲିବ । ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୧୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସ । ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ । ନୂଆପଡ଼ା ଏନଏସିରେ ୧୭ଟି, ଖରିଆର ରୋଡ଼ ଏନଏସିରେ ୧୯ଟି, ନୂଆପଡ଼ା ବ୍ଲକରେ ୧୫୭ ଓ କୋମନା ବ୍ଲକରେ ୧୬୫ଟି ବୁଥ୍ କରାଯାଇଛି । ୬ଟି ପିଙ୍କ ବୁଥ୍ କରାଯାଇଛି । ସମସ୍ତ ବୁଥରେ ୱେବ କାଷ୍ଟିଂ ବ୍ୟବସ୍ଥା ହୋଇଥିବା ବେଳେ, ପାନୀୟ ଜଳ ଓ ଅନ୍ୟାନ ସୁବିଧାସୁଯୋଗର ବ୍ୟବସ୍ଥା ବି ହୋଇଛି ।
Views: 52











