ଭୁବନେଶ୍ୱର : ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଭେଟି । ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ହୋଇଛି ୩୭ ଲକ୍ଷ ଆବେଦନ । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି । ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ଜାନୁଆରିରେ ପକ୍କା ଘର ବାଣ୍ଟିବେ ସରକାର। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ଯେ, ଗରିବ ଓ ଭୂମିହୀନ ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧ। ଅନ୍ତୋଦୟ ଗୃହ ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏକ ଅଂଶ ଭାବେ ଆମେ ନିଶ୍ଚିତ କରିବୁ ଯେ ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ଏହି ଯୋଜନାରୁ ଲାଭ ପାଇବେ।
Views: 34











