The Ultimate Managed Hosting Platform
ADVERTISEMENT

Red Fort Blast Update ; ଦିଲ୍ଲୀ ବିସ୍ଫୋରଣ ତଦନ୍ତ ଭାର NIAକୁ ହସ୍ତାନ୍ତର

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ବିସ୍ଫୋରଣ ତଦନ୍ତ ଭାର ଏନଆଇଏକୁ ହସ୍ତାନ୍ତର । ଏନଆଇଏକୁ ତଦନ୍ତ ଦାୟିତ୍ୱ ଦେଲା ସ୍ୱରାଷ୍ଟ୍ର ମନ୍ତ୍ରାଳୟ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଦେଶର ସୁରକ୍ଷା ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମାମଲା ହୋଇଥିବାରୁ ଏହାର ଗଭୀର ତଦନ୍ତ ଆବଶ୍ୟକ ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏନଆଇଏ ଏବେ ଏହି ମାମଲାର ସମସ୍ତ ଦିଗକୁ ଅନୁସନ୍ଧାନ କରିବ ।
ବିସ୍ଫୋରଣ ଘଟିଥିବା ସ୍ଥାନରୁ ସିସିଟିଭି ଫୁଟେଜ୍ ସଂଗ୍ରହ କରାଯାଇ ତାହାକୁ ଆଧାର କରି ଛାନଭିନ୍ ଜାରି ରହିଛି । ସୁରକ୍ଷା ଏଜେନ୍ସିଗୁଡ଼ିକ ବିସ୍ଫୋରଣକାରୀଙ୍କୁ ଚିହ୍ନଟ କରିବା ଏବଂ ଧରିବା ପାଇଁ ଅହରହ ପ୍ରୟାସ କରୁଛନ୍ତି । ଏଥିପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି ଏବଂ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login