The Ultimate Managed Hosting Platform
ADVERTISEMENT

SI ପରୀକ୍ଷା କେଳେଙ୍କାରୀ ; ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ୱ

Facebook
Twitter
LinkedIn

ଭୁବନେଶ୍ୱର : SI ପରୀକ୍ଷା କେଳେଙ୍କାରୀ ପ୍ରସଙ୍ଗ । ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ୱ । କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ତଦନ୍ତ କରିବେ । ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆଙ୍କୁ ଦାୟିତ୍ୱ । ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି। କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି। କ୍ରାଇମ୍ବ୍ରାଞ୍ଚ ଏବେ ଏସବୁ ଦିଗକୁ ନେଇ ତନାଘନା କଲାଣି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍ବ୍ରାଞ୍ଚ ଟିମ୍ ସିଲିକନ୍ ଟେକ୍ ଲ୍ୟାବ୍ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login