ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ । ରାଜ୍ୟର ୧୫୭ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ । ଏହା ମଧ୍ୟ କହିଛନ୍ତି ଯେ ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା । ବେଳେବେଳେ ପୁଅ ନାଁ ଓ ଝିଅ ନାଁ ଏକା ଭଳି ଥାଏ । ସେମାନେ ତ୍ରୃଟିରେ ଆବେଦନ କରିଦେଇଥିବେ କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି । ପ୍ରବାସୀ ମହିଳା ମାନେ କିପରି ସୁଭଦ୍ରା ଟଙ୍କା ପାଇବେ , ସେ ନେଇ ସରକାର ଚେଷ୍ଟା କରୁଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଚଳିତ ମାସ ଶେଷ ସପ୍ତାହରେ ସୁଭଦ୍ରା ପ୍ରଥମ ପର୍ୟ୍ୟାୟର ୪ର୍ଥ କିସ୍ତି ମହିଳାମାନଙ୍କୁ ମିଳିବ । ପାଖାପାଖି ୨୦ ଲକ୍ଷ ମହିଳା ଏହାଦ୍ୱାରା ଉପକୃତ ହେବେ ।
Views: 27