ନୂଆଦିଲ୍ଲୀ : ସମଲିଙ୍ଗୀ ବିବାହକୁ ମିଳିପାରିବ ନାହିଁ ଆଇନଗତ ମଞ୍ଜୁରୀ । ଗତ ୨୦୨୩ ଅକ୍ଟୋବର ୧୭ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ କାଏମ ରଖିଛନ୍ତି ଖଣ୍ଡପୀଠ । ସୁପ୍ରିମକୋର୍ଟ ଦେଇଥିବା ପୂର୍ବ ରାୟର ପୁନଃସମୀକ୍ଷା କରିବା ଲାଗି ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ଖଣ୍ଡପୀଠ । ଜଷ୍ଟିସ ବି.ଆର. ଗଭାଇ, ସୂର୍ୟ୍ୟକାନ୍ତ, ବି.ଭି. ନାଗରତ୍ନା, ପିଏସ ନରସିହ୍ମା ଓ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ସୁପ୍ରିମକୋର୍ଟଙ୍କ ଅତୀତ ରାୟକୁ ଯଥାର୍ଥ ବୋଲି କହିବା ସହ ଏହି ମାମଲାର ଖୋଲା ଶୁଣାଣି କରିବା ଲାଗି ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି । ୨୦୨୩ ରାୟରେ ୫ ଜଣିଆ ଖଣ୍ଡପୀଠରୁ ୩ ଜଣ ଅର୍ଥାତ ଜଷ୍ଟିସ ରବୀନ୍ଦର ଭଟ୍ଟ, ହିମା କୋହଲି ଓ ପି.ଏସ ନରସିହ୍ମା ସମଲିଙ୍ଗୀ ବିବାହକୁ ବିରୋଧ କରିଥିବାବେଳେ ୨ ଜଣ ଅର୍ଥାତ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଓ ସଞ୍ଜୟ କୌଲ ସମର୍ଥନ କରିଥିଲେ । ସମଲିଙ୍ଗୀ ବିବାହ ଓ ସେହି ଦମ୍ପତି ପୋଷ୍ୟସନ୍ତାନ ଗ୍ରହଣ କରିବା ଏକ ସାମ୍ବିଧାନିକ ଅଧିକାର ବୋଲି ଏହି ଦୁଇ ଜଣ ମତ ଦେଇଥିଲେ । ସମଲିଙ୍ଗୀ ବିବାହ ଏକ ସାମ୍ବିଧାନିକ ଅଧିକାର ଦର୍ଶାଇ ସୁପ୍ରିମକୋର୍ଟରେ କେତେକ ପିଟିସନ ଦାୟର ହୋଇଥିଲା । ଗତ ଜୁଲାଇ ୨୦୨୪ରେ ପୂର୍ବରୁ ଗଠିତ ଖଣ୍ଡପୀଠରୁ ଜଷ୍ଟିସ ସଞ୍ଜୀବ ଖାନ୍ନା ଓହରିଯିବା ପରେ ନୂଆ ଖଣ୍ଡପୀଠ ଗଠିତ ହୋଇଥିଲା ।
Supreme court dismiss review petition against same sex marriage ; ସମଲିଙ୍ଗୀ ବିବାହକୁ ମିଳିପାରିବ ନାହିଁ ଆଇନଗତ ମଞ୍ଜୁରୀ : ସୁପ୍ରିମକୋର୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











