ନୂଆଦିଲ୍ଲୀ : ସମଲିଙ୍ଗୀ ବିବାହକୁ ମିଳିପାରିବ ନାହିଁ ଆଇନଗତ ମଞ୍ଜୁରୀ । ଗତ ୨୦୨୩ ଅକ୍ଟୋବର ୧୭ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ କାଏମ ରଖିଛନ୍ତି ଖଣ୍ଡପୀଠ । ସୁପ୍ରିମକୋର୍ଟ ଦେଇଥିବା ପୂର୍ବ ରାୟର ପୁନଃସମୀକ୍ଷା କରିବା ଲାଗି ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ଖଣ୍ଡପୀଠ । ଜଷ୍ଟିସ ବି.ଆର. ଗଭାଇ, ସୂର୍ୟ୍ୟକାନ୍ତ, ବି.ଭି. ନାଗରତ୍ନା, ପିଏସ ନରସିହ୍ମା ଓ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ସୁପ୍ରିମକୋର୍ଟଙ୍କ ଅତୀତ ରାୟକୁ ଯଥାର୍ଥ ବୋଲି କହିବା ସହ ଏହି ମାମଲାର ଖୋଲା ଶୁଣାଣି କରିବା ଲାଗି ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି । ୨୦୨୩ ରାୟରେ ୫ ଜଣିଆ ଖଣ୍ଡପୀଠରୁ ୩ ଜଣ ଅର୍ଥାତ ଜଷ୍ଟିସ ରବୀନ୍ଦର ଭଟ୍ଟ, ହିମା କୋହଲି ଓ ପି.ଏସ ନରସିହ୍ମା ସମଲିଙ୍ଗୀ ବିବାହକୁ ବିରୋଧ କରିଥିବାବେଳେ ୨ ଜଣ ଅର୍ଥାତ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଓ ସଞ୍ଜୟ କୌଲ ସମର୍ଥନ କରିଥିଲେ । ସମଲିଙ୍ଗୀ ବିବାହ ଓ ସେହି ଦମ୍ପତି ପୋଷ୍ୟସନ୍ତାନ ଗ୍ରହଣ କରିବା ଏକ ସାମ୍ବିଧାନିକ ଅଧିକାର ବୋଲି ଏହି ଦୁଇ ଜଣ ମତ ଦେଇଥିଲେ । ସମଲିଙ୍ଗୀ ବିବାହ ଏକ ସାମ୍ବିଧାନିକ ଅଧିକାର ଦର୍ଶାଇ ସୁପ୍ରିମକୋର୍ଟରେ କେତେକ ପିଟିସନ ଦାୟର ହୋଇଥିଲା । ଗତ ଜୁଲାଇ ୨୦୨୪ରେ ପୂର୍ବରୁ ଗଠିତ ଖଣ୍ଡପୀଠରୁ ଜଷ୍ଟିସ ସଞ୍ଜୀବ ଖାନ୍ନା ଓହରିଯିବା ପରେ ନୂଆ ଖଣ୍ଡପୀଠ ଗଠିତ ହୋଇଥିଲା ।
Supreme court dismiss review petition against same sex marriage ; ସମଲିଙ୍ଗୀ ବିବାହକୁ ମିଳିପାରିବ ନାହିଁ ଆଇନଗତ ମଞ୍ଜୁରୀ : ସୁପ୍ରିମକୋର୍ଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...