The Ultimate Managed Hosting Platform
ADVERTISEMENT

Temperature drops to minus 1 degree : ଖସୁଛି ପାରଦ, ବଢୁଛି ଶୀତ ; ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର : ଖସୁଛି ପାରଦ, ବଢୁଛି ଶୀତ । ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା । ପ୍ରବଳ କୁହୁଡି ସାଙ୍ଗକୁ ହାଡ଼ଭଙ୍ଗା ଶୀତ ରେ ଥରୁଛି ମୟୁରଭଞ୍ଜ । ଗତ ଦୁଇ ଦିନଧରି ଶିମିଳିପାଳରେ ଶୂନ୍ ଡିଗ୍ରୀକୁ ତାପମାତ୍ରା ଥିବା ବେଳେ ଆଜି -୧ ଡିଗ୍ରୀକୁ ଖସିଛି ପାରଦ । ଚହଲା ଏବଂ ଗୁଡ଼ିଗୁଡ଼ିଆରେ ୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଶିମିଳିପାଳର ବିଭିନ୍ନ ଅଞ୍ଚଳରେ ତୁଷାର ପାତ ହେଇଛି ।
ସେପଟେ ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ୫ଟା ସୁଦ୍ଧା ୫.୬ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା ତାପମାତ୍ରା । ରାଜଧାନୀରେ ପାରଦ ୧୧.୬ ଡିଗ୍ରୀ ଛୁଇଁଛି। ଆହୁରି ୧୫ ଦିନ ଯାଏ ପାଗ ଶୁଖିଲା ରହିବ । ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ଡିଗ୍ରୀ ତଳେ ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login