The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ଆଜି ଚାଲିଛି ରାଜ୍ୟରେ ଷେଶ ପର୍ଯ୍ୟାୟ ମତଦାନ

Facebook
Twitter
LinkedIn

ଭୁବନେଶ୍ୱର: ଆଜି ଚାଲିଛି ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆଜି ଶେଷ ପର୍ଯ୍ୟାରେ ପହଞ୍ଚିଛି । ରାଜ୍ୟ ନିର୍ବାଚନ ଆୟୋଗ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା ୫ଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ, ଆଜି ପଞ୍ଚମ ପର୍ଯ୍ୟାୟ ମତଦାନ କରାଯାଉଛି । ତେବେ ମତଦାନ ସକାଳ ୭ ରୁ ଆରମ୍ଭ କରାଯାଇଛି । ୨୫ ଜିଲ୍ଲାର ୪୮ ବ୍ଲକରେ ଆରମ୍ଭ ହୋଇଛି ଭୋଟିଂ । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛୁଛନ୍ତି ଜନତା । ୯୭୫ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତ ସାବ୍ୟସ୍ତ କରୁଛନ୍ତି ଭୋଟର । ଭୋଟ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ ଭୋଟର । ସେହିପରି ମହିଳା ମାନଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଯେଉଁ ବୁଥ୍ ସମ୍ବେଦନଶୀଳ ରହିଛି ସେଠାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ପଞ୍ଚମ ପର‌୍ୟ୍ୟାୟ ନିର୍ବାଚନରେ ୧ ହଜାର ୭୭୫ ସମ୍ବେଦନଶୀଳ ବୁଥ ରହିଛି । ସମ୍ବେଦନଶୀଳ ବୁଥରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡ଼ାକଡ଼ି କରାଯାଇଛି । ତେବେ ନିଦ୍ଧାରିତ ସମୟ ଅନୁଯାୟୀ ଆସନ୍ତା ୨୬, ୨୭ ଓ ୨୮ ତାରିଖ ୩ ଟି ପର୍ଯ୍ୟାୟରେ ଗଣତି ଓ ଫଳାଫଳ ଘୋଷଣା କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login