The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପୁଣି ମୁଣ୍ଡ ଟେକିଲା କରୋନା; ଗତ ୨୪ ଘଣ୍ଟାରେ ୪୦୦ ଟପିଲା ସଂକ୍ରମଣ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ପୁଣି ମୁଣ୍ଡ ଟେକିଲା କରୋନା, ଗତ ଦୁଇମାସ ପରେ ୪୦୦ ଟପିଛି ସଂକ୍ରମଣ । ଯାହାକି ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମଣ ୪୨୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସ୍ ରହିଛି ୧୭୫ ଓ ୧୮ ବର୍ଷରୁ କମ୍ ବର୍ଗ ମଧ୍ୟରେ ୬୭ ସଂକ୍ରମିତ ଚିହ୍ନଟ ହେଇଛନ୍ତି ।

କରୋନା ଆକ୍ରାନ୍ତ ମଧ୍ୟରୁ ବାଲେଶ୍ୱରରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୮, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, ପୁରୀରୁ ୧୪, ରାୟଗଡ଼ାରୁ ୪ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।

ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଚିହ୍ନଟ ହୋଇଥିବା ବେଳେ, ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬ ରେ ପହଞ୍ଚିଛି । ତେବେ ସେଥି ମଧ୍ୟରୁ ୧୦ଲକ୍ଷ ୪୪ ହଜାର ୯୬୨ ଜଣ ସୁସ୍ଥ ହୋଇଥିବା ବେଳେ, ୨,୦୭୮ ଆକ୍ଟିଭ୍ କେସ୍ ରହିଛି । ଏଥି ସହ କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟର ମୋଟ୍ ୮ ହଜାର ୪୬୨ ଜଣଙ୍କର ମୃତ୍ୟୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login