ପୁରୀ : ଅକ୍ଟୋବର ୭ରୁ ହବିଷ ବ୍ରତ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ୟାଳୀ । ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରାଯିବ । ଏଥିପାଇଁ ବିଭିନ୍ନ ଗଣମାଧ୍ୟମ ମାଧ୍ୟମରେ ସୂଚନା ଦିଆଯିବ। ହବିଷ୍ୟାଳୀ ମାଆ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ୟ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଛନ୍ତି ।
Views: 31