The Ultimate Managed Hosting Platform
ADVERTISEMENT

ଅଗଷ୍ଟ ୩୧ରେ ସ୍ପେଶାଲ ଓଟିଇଟି

Facebook
Twitter
LinkedIn

ଭୁବନେଶ୍ୱର : ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ ଓଟିଇଟି । ସ୍ପେଶାଲ ଓଟିଇଟି ନେଇ ବୋର୍ଡ ପକ୍ଷରୁ ସୂଚନା । ଦୁଇଟି ସିଟିଂରେ ହେବ ସ୍ପେଶାଲ ଓଟିଇଟି । ସକାଳ ୯ଟାରୁ ୧୧.୩୦ ଯାଏଁ ପେପର-୧ ପରୀକ୍ଷା ଏବଂ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର-୨ ପରୀକ୍ଷା । ଅଗଷ୍ଟ ୨୨ରୁ ୱେବସାଇଟରେ ଉପଲବ୍ଧ ହେବ ଆଡମିଟ କାର୍ଡ । ପ୍ରଶ୍ନପତ୍ର ଲିକ ଯୋଗୁ ପୂର୍ବ ପରୀକ୍ଷା ବାତିଲ ହୋଇଥିଲା ।
ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ କାର୍ୟ୍ୟାନୁଷ୍ଠାନ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ମୋହନ ମାଝୀଙ୍କ ସରକାରରେ ଶୁନ୍ୟ ସହନଶୀଳତା ନୀତି ଆପଣା ଯାଇଛି। ଏଥିରେ ଯେଉଁମାନେ ବି ସମ୍ପୃକ୍ତ କାହାରିକୁ ଛଡ଼ାଯିବନି। ଯିଏ ବି କରିଛି ଯେତେ ବଡ଼ ଲୋକ ହେଉ ଥାଉ ନା କାହିଁକି କାହାରିକୁ ଛଡ଼ା ଯିବ ନାହିଁ। କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି ଯିଏ ଦୋଷୀ ସମସ୍ତଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ହେବ। ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଆଇଜି ବି ଗଙ୍ଗାଧର । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଛି । ବୋର୍ଡ ଅଫିସ କର୍ମଚାରୀଙ୍କୁ ହୋଇଛି ପଚରାଉଚରା । କେମିତି ପାସ୍ ୱାର୍ଡ ମିଳିଲା ଚାଲିଛି ତଦନ୍ତ । ଏହି ଘଟଣାରେ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ଝାଡଖଣ୍ଡ : ଝାଡ଼ଖଣ୍ଡ ସରକାରଙ୍କ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ ଗୁରୁତର ଆହତ । ଗତକାଲି ରାତିରେ ବାସଭବନରେ ମନ୍ତ୍ରୀ ବାଥରୁମରେ ପଡିଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ...

ADVERTISEMENT
ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ...

ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ “ପୁଷ୍କରା”କୁ ଜାତୀୟ ପୁରସ୍କାର

ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ “ପୁଷ୍କରା”କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର : ୨୦୨୩ ବର୍ଷର ସର୍ବାଧିକ ଚର୍ଚ୍ଚିତ ଓଡ଼ିଆ ଛବି ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ରାଷ୍ଟ୍ରୀୟ ପୁରସ୍କାର ମିଳିବା ନିଶ୍ଚିତ ରୂପେ ଗର୍ବ ଓ...

Login