ଭୁବନେଶ୍ୱର : ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ ଓଟିଇଟି । ସ୍ପେଶାଲ ଓଟିଇଟି ନେଇ ବୋର୍ଡ ପକ୍ଷରୁ ସୂଚନା । ଦୁଇଟି ସିଟିଂରେ ହେବ ସ୍ପେଶାଲ ଓଟିଇଟି । ସକାଳ ୯ଟାରୁ ୧୧.୩୦ ଯାଏଁ ପେପର-୧ ପରୀକ୍ଷା ଏବଂ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର-୨ ପରୀକ୍ଷା । ଅଗଷ୍ଟ ୨୨ରୁ ୱେବସାଇଟରେ ଉପଲବ୍ଧ ହେବ ଆଡମିଟ କାର୍ଡ । ପ୍ରଶ୍ନପତ୍ର ଲିକ ଯୋଗୁ ପୂର୍ବ ପରୀକ୍ଷା ବାତିଲ ହୋଇଥିଲା ।
ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ କାର୍ୟ୍ୟାନୁଷ୍ଠାନ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ମୋହନ ମାଝୀଙ୍କ ସରକାରରେ ଶୁନ୍ୟ ସହନଶୀଳତା ନୀତି ଆପଣା ଯାଇଛି। ଏଥିରେ ଯେଉଁମାନେ ବି ସମ୍ପୃକ୍ତ କାହାରିକୁ ଛଡ଼ାଯିବନି। ଯିଏ ବି କରିଛି ଯେତେ ବଡ଼ ଲୋକ ହେଉ ଥାଉ ନା କାହିଁକି କାହାରିକୁ ଛଡ଼ା ଯିବ ନାହିଁ। କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି ଯିଏ ଦୋଷୀ ସମସ୍ତଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ହେବ। ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଆଇଜି ବି ଗଙ୍ଗାଧର । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଛି । ବୋର୍ଡ ଅଫିସ କର୍ମଚାରୀଙ୍କୁ ହୋଇଛି ପଚରାଉଚରା । କେମିତି ପାସ୍ ୱାର୍ଡ ମିଳିଲା ଚାଲିଛି ତଦନ୍ତ । ଏହି ଘଟଣାରେ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।
ଅଗଷ୍ଟ ୩୧ରେ ସ୍ପେଶାଲ ଓଟିଇଟି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











