ସାଲେପୁର : ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଜଣେ ମୃତ, ୨ ଗୁରୁତର । କଟକ-ଚାନ୍ଦବାଲି ରାସ୍ତାର ନନ୍ଦୋଳଗଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଅଟୋଟି ଭୁବନେଶ୍ୱରରୁ କେନ୍ଦ୍ରାପଡା ଛତା ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ମିନିଟ୍ରକ୍ଟି ଅଟୋକୁ ଧକ୍କା ଦେବା ଫଳରେ ଅଟୋରେ ଯାଉଥିବା ୪ ଜଣ ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ସାଲେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଗାଡିଟିକୁ ଜବତ କରିବା ସହ ମୃତ ବ୍ୟକ୍ତିଙ୍କ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
Views: 264