ଭୁବନେଶ୍ୱର : ଅବସରପ୍ରାପ୍ତ ୬୩୮୭ ଜଣ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ମିଳିବ ନିଯୁକ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିଦେ୍ର୍ଦଶାଳୟକୁ ଚିଠି । ନୂଆ ଟିଜିଟି ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଖାଲି ପଦବୀରେ ଟିଜିଟି ନିଯୁକ୍ତି ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।
Views: 13