ନୂଆଦିଲ୍ଲୀ: ଜଣାଶୁଣା ଗାୟିକା ତଥା ଅଭିନେତ୍ରୀ ମଲ୍ଲିକା ରାଜପୁତଙ୍କ ଆତ୍ମହତ୍ୟା । ପୋଲିସ ଅଭିନେତ୍ରୀଙ୍କ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । କାହିଁକି ଅଭିନେତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ସେ ନେଇ କିଛି ଜଣା ପଡ଼ି ନଥିଲାବେଳେ ପୋଲିସ୍ ତଦନ୍ତ ଆରମ୍ଭ କରିଛି । ମଲ୍ଲିକାଙ୍କ ଆତ୍ମହତ୍ୟା ଖବରକୁ ତାଙ୍କ ଆତ୍ମୀୟସ୍ବଜନ ଏବଂ ପ୍ରଶଂସକ ସହଜରେ ଗ୍ରହଣ କରିପାରୁନାହାନ୍ତି । ମଲ୍ଲୀକା ରାଜନୀତିରେ ମଧ୍ୟ ଜଡ଼ିତ ଥିଲେ । ସେ ବିଜେପିରେ ଯୋଗ ଦେଇଥିଲେ । କୁହାଯାଉଛି ଯେ, ତାଙ୍କ ପରିବାର ସହ କିଛି ବିବାଦ ଥିଲା । ଏଥିରେ ପୋଲିସ ମଧ୍ୟ ହସ୍ତକ୍ଷେପ କରି ମାମଲା ସମାଧାନ କରିଥିଲା । ଏହା ପରେ ତାଙ୍କର ଆତ୍ମହତ୍ୟା ପରି ପଦକ୍ଷେପ ସମସ୍ତଙ୍କୁ ଚକିତ କରିଛି । ମଲ୍ଲିକା କଙ୍ଗନା ରାନାଓ୍ବତଙ୍କ ସହ କାମ କରିଛନ୍ତି । କଙ୍ଗନାଙ୍କ ଫିଲ୍ମ ‘ରିଭଲଭର୍ ରାନୀ’ରେ କାମ କରିଥିଲେ । ତାଙ୍କୁ କଣ୍ଠଶିଳ୍ପୀ ଶାନଙ୍କ ମ୍ୟୁଜିକ ଆଲବମରେ ମଧ୍ୟ ଦେଖିବାକୁ ମିଳିଥିଲା । ସେ ବିଭିନ୍ନ ସିରିଜ, ଶୋ’ ଏବଂ ଆଲବମରେ ମଧ୍ୟ କାମ କରିଛନ୍ତି ।
ଅଭିନେତ୍ରୀ ମଲ୍ଲିକା ରାଜପୁତଙ୍କ ଆତ୍ମହତ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











