The Ultimate Managed Hosting Platform
ADVERTISEMENT

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ! ଅଭିଯୁକ୍ତ ଫେରାର

Facebook
Twitter
LinkedIn

ଦାରିଙ୍ଗବାଡି : ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ । କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘଟିଛି ଲଜ୍ଜାଜନକ ଘଟଣା । ଚପଲ କିଣିଦେବା ଆଳରେ ଡ଼ାକିନେଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସହ ସମ୍ପର୍କୀୟ ଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୀଡ଼ିତା ନାବାଳିକାଙ୍କ ବାପା ଓ ମାଆ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଛନ୍ତି । ଘରେ ୧୪ ବର୍ଷର ନାବାଳିକା ଜଣଙ୍କ ତାଙ୍କର ୪ ଛୋଟ ଭାଇ ଭଉଣୀଙ୍କୁ ନେଇ ରହୁଛନ୍ତି । ଦାରିଙ୍ଗବାଡି ଯାଇ ଚପଲ କିଣିଦେବି ବୋଲି କହିଥିଲେ। ଏଥିରେ ନାବାଳିକା ଜଣଙ୍କ ତାଙ୍କୁ ବିଶ୍ୱାସ କରି ତାଙ୍କ ସହ ଚାଲିଯାଇଥିଲେ। ହେଲେ ଯୁବକଜଣଙ୍କ ବାଟରୁ ଅପହରଣ କରି ତାଙ୍କୁ ଜଙ୍ଗଲର ଏକ ନିଛାଟିଆ ସ୍ଥାନକୁ ନେଇ ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଦୁଷ୍କର୍ମ କରିଥିଲେ। ଘଟଣା ସମ୍ପର୍କରେ କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ବୋଲି ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି। ନାବାଳିକା ଜଣଙ୍କ ଭୟଭୀତ ହୋଇଯାଇଥିବା ବେଳେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଘରକୁ ଫେରି ନିଜ ଖୁଡ଼ିଙ୍କୁ ସେ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ନାବାଳିକାଙ୍କ ଦାଦା ଗାଁର ମହିଳା ଏବଂ ଆଶା କର୍ମୀ ସରପଞ୍ଚ ଓ ୱାର୍ଡ ମେମ୍ବର ସହଯୋଗ ରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ଫେରାର ରହିଥିବା ବେଳେ ଘଟଣାକୁ ନେଇ ତଦନ୍ତ ଜାରି ରଖିଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login