ଭୁବନେଶ୍ୱର : ଅସମ୍ଭାଳ ତାତି । ଆକାଶରୁ ବର୍ଷିବ ନିଆଁ । ଆସନ୍ତା ୫ ଦିନ ରାଜ୍ୟରେ ହେବ ପ୍ରଚଣ୍ଡ ଖରା । ଆଜି ଓ କାଲି ପ୍ରଚଣ୍ଡ ଖରା ପାଇଁ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସଭିୟରରୁ ସିଭିୟର ହିଟ୍ଓ୍ବେଭ୍ ପାଇଁ ୯ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ, ଝାରୁସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କ କରାଯାଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୧୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ୪୫ ରୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା। ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ପିକ୍ ଆଓ୍ବାର ଘୋଷଣା । ୨୭ ତାରିଖରେ ମଧ୍ୟ ରାଜ୍ୟରେ ଏକ ଅସହ୍ୟ ପାଣିପାଗ ସ୍ଥିତି ଉପୁଜିବ। ଏଥିପାଇଁ ୧୫ଟି ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୨୮ ଏବଂ ୨୯ ତାରିଖରେ ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିପାଇଁ ୩୦ଟି ଯାକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୩୦ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ହେଲେ ମଧ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିବ। ଶିଶୁ, ବୟସ୍କ, ରୋଗୀ ଓ ଗର୍ଭବତୀଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ । ସାରା ରାଜ୍ୟରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ମେ ଦ୍ବିତୀୟ ସପ୍ତାହ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ।
ଅସମ୍ଭାଳ ତାତି, ଆକାଶରୁ ଖସୁଛି ନିଆଁ : ଆଜି ଓ କାଲି ରେଡ୍ ୱାର୍ଣ୍ଣିଂ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...