ଅହମ୍ମଦାବାଦ : ; ବିମାନ ଟେକ ଅଫ କରିବାର ମାତ୍ର ୫ ମିନିଟ ପରେ କ୍ରାସ । ଆକସ୍ମିକ ଭାବେ ବିମାନରେ ଲାଗିଲା ନିଆଁ । ଏହାର କାରଣ ଅସ୍ପଷ୍ଟ ରହିଛି । ଉଡ଼ାଣ ଭରିବା ସମୟରେ କ୍ରାଶ୍ ହେଲା ବିମାନ । ବଡ଼ ଦୁର୍ଘଟଣାର ଶିକାର ହେଲା ଏୟାର ଇଣ୍ଡିଆର ବିମାନ AI171 । ଗୁଜରାଟ ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଏହି ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ଏୟାର ଇଣ୍ଡିଆ AI171 ବିମାନ ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଦିନ ପାଖାପାଖି ସାଢ଼େ ୧ଟାରେ ଉଡ଼ାଣ ଭରୁଥିବାବେଳେ ଖସିପଡ଼ିଥିବା କୁହାଯାଉଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା । ବିମାନରେ ପାଖାପାଖି ୨୪୨ ଯାତ୍ରୀ ଥିଲେ । ଯେଉଁଥିରେ ୨୩୦ ଯାତ୍ରୀ ଏବଂ ୧୨ କ୍ରୁ ମେମ୍ବର ସାମିଲ ଥିଲେ । ଦୁର୍ଘଟଣା ଅହମ୍ମଦାବାଦର ମେଘାନିନଗର ଅଞ୍ଚଳରେ ଘଟିଛି । ଉଡ଼ାଣ ଭରିବାର କିଛି ସମୟ ପରେ କ୍ରାସ ହୋଇଥିଲା। । ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବା ସମୟରେ ନିକଟବର୍ତ୍ତୀ ଏକ କୋଠା କିମ୍ବା କାନ୍ଥରେ ଧକ୍କା ଦେବା ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି ।ହାରି ମଧ୍ୟରେ ଏୟାର ଇଣ୍ଡିଆ ସୂଚନା ଦେଇଛି ଯେ, ଏହି ବିମାନରେ ୧୬୯ ଭାରତୀୟ ନାଗରିକ, ୫୩ ବ୍ରିଟିଶ୍ ନାଗରିକ, ଜଣେ କାନାଡା ନାଗରିକ ଏବଂ ୭ ପର୍ତ୍ତୁଗାଲ ନାଗରିକ ସାମିଲ ଥିଲେ ।
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ବିମାନ ଟେକ ଅଫ କରିବାର ୫ ମିନିଟ ପରେ କ୍ରାସ, ବିମାନରେ ଥିଲେ ୧୬୯ ଜଣ ଭାରତୀୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











