ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ଯାଏଁ ବର୍ଷା ଆକଳନ । ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ନେଇ ପୂର୍ବାନୁମାନ । ୧୨ ଜିଲ୍ଲାରେ ବିଜୁଳି , ଘଡଘଡି ବର୍ଷା ନେଇ ଆଲର୍ଟ । ଅନ୍ୟପଟେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
Views: 76











