ମେଷ-ଆଜି ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ଅନନ୍ୟୋପାୟ ହୋଇ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ପରଶ୍ରୀକାତର ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ । ନୂତନ ଗୃହୋପକରଣ କ୍ରୟ କରିପାରନ୍ତି ।
ବୃଷ-ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି। ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି। କୌଣସି ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କାମ, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରସ୍ଥ ସମସ୍ୟାର ସରଳ ସମାଧାନ ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ ଠିକ୍ ହୋଇଯିବ ।
ମିଥୁନ-ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ । ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆଜି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ ।
କର୍କଟ-ଗ୍ରହଙ୍କ ଅନୁକୂଳ ପ୍ରଭାବରୁ ଦୀର୍ଘଦିନର ଆଶା ଫଳବତୀ ହେବା ସୂଚନା ପାଇ ମନ ପ୍ରଫୁଲ୍ଲ ହୋଇଯିବ । ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ । ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ଉଦ୍ଯୋଗର ପ୍ରତିରୋଧ ମନକୁ ହଲଚଲ କରିପାରେ ।
ସି˚ହ-ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଉପର ମନରେ ମିତ୍ରଭାବ ଦେଖାଉଥିବା ବନ୍ଧୁମାନେ ପଛରେ ସରଳତାର ସୁଯୋଗ ଲାଭ ମାନସରେ ରହିବେ ।
କନ୍ୟା-କର୍ମକ୍ଷେତ୍ରରେ ସହମତିରେ କାମ କଲେ ମଧ୍ୟ ବିବାଦୀୟ ସ୍ଥିତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟ ଲାଭ ନିଶ୍ଚିତ । ଦୀର୍ଘଦିନରୁ ଲାଗିରହିଥିବା ମାଲିମକଦ୍ଦମାର ଫଇସଲା ସମ୍ଭାବନା ରହିଛି। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ସାଧାରଣ କଥାରେ ପଡ଼ୋଶୀଙ୍କ ସହ ମନାନ୍ତର ଦେଖା ଦେଇପାରେ ।
ତୁଳା-କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ। ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ ।
ବିଛା-କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ କରିପାରନ୍ତି । ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେସ୍, ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ ।
ଧନୁ-କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ନିରୁତ୍ସାହିତ ରହିବେ । ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ସମ୍ପର୍କୀୟଙ୍କ ଅନାସ୍ଥାଭାବ ମନରେ ଭାବାନ୍ତର ସୃଷ୍ଟି କରିବ । କର୍ମକ୍ଷେତ୍ରରେ କିମ୍ବା ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି ।
ମକର-ସମସ୍ୟା ଲାଗିରହିଲେ ମଧ୍ୟ ପରିବାରର ସମର୍ଥନ କ୍ରମେ ଯେ କୌଣସି କାର୍ଯ୍ୟ କରିବାରେ ସମର୍ଥ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଭୁଲ୍ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ । ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ ।
କୁମ୍ଭ-କାର୍ଯ୍ୟଦକ୍ଷତା ହେତୁ ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟହାସଲପୂର୍ବକ ଉପକୃତ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯି ବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ ।
ମୀନ-କର୍ମକ୍ଷେତ୍ରରେ ହାତପାହାନ୍ତାରେ ସୁଯୋଗ ପାଇ କାମ ହାସଲ କରିପାରିବେ । ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରିବାରର ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।











