The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୦୪-୦୪-୨୦୨୩ ରିଖ ମଙ୍ଗଳବାର)

Facebook
Twitter
LinkedIn

ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଆଜି ମନକୁ ଶାନ୍ତ ରଖନ୍ତୁ ।

ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ଧାରାକୁ ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।

ମିଥୁନ: ଆପଣଙ୍କର ଆର୍ôଥକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଦେହ ମନ ସୁସ୍ଥ ରହିବ ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଧାର୍ମୀକ କାର୍ଯ୍ୟରେ ମନ ବଳାଇବେ ।

ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଚିନ୍ତା କରିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ସମସ୍ତ କାର୍ଯ୍ୟ ସୂଚାରୁରୂପେ ତୁଲାଇ ପାରିବେ ।

କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । ସାମାଜିକ ସଂସ୍ଥାର କାର୍ଯ୍ୟରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ସୁସ୍ଥ ମସ୍ତିସ୍କରେ କାର୍ଯ୍ୟ କଲେ ଦିନଟି ଭଲରେ କଟିବ ।

ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ ।

ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିପାରେ । ଅଚାନକ ଧନଲାଭ ଯୋଗ ରହିଛି ।

ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି ।

ମକର: ଆପଣଙ୍କ ବ୍ୟବହାର ଦ୍ୱାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।

କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଆଜି ସମସ୍ତ କ୍ଷେତ୍ରରୁ ଶୁଭ ଫଳ ମିଳିବ ।

ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login