ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ପରୋପକାର ଦ୍ୱାରା ଦିନଟି ଭଲରେ କଟିବ ।
ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଦେହ ସହିତ ମନ ଭଲ ରହିବ ।
ମିଥୁନ: ଆପଣଙ୍କର ଆର୍ଥୀକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । କଠିନ ପରିଶ୍ରମ ଦ୍ୱାରା ଶୁଭ ଫଳପ୍ରାପ୍ତି ହେବ ।
କର୍କଟ: କାର୍ୟ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।
ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ମନ ଦେଇ କାର୍ୟ୍ୟ କଲେ ସଫଳତା ହାସଲ କରିବେ ।
କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।
ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଅଚାନକ ଧନଲାଭ ଯୋଗ ରହିଛି ।
ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି। ପରୋପକାରରେ ମନ ବଳାଇବେ ।
ମକର: ଆପଣଙ୍କ ବ୍ୟବହାର ଦ୍ୱାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ । କର୍ମ କ୍ଷେତ୍ରରେ ସାଙ୍ଗମାନଙ୍କ ସହଯୋଗ ମିଳିବ ।
କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଭଲ ରହିବ ।
ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ। ଉତ୍ତମ ବ୍ୟବହାର ଦ୍ୱାରା ହସ ଖୁସିରେ ଦିନ କଟିବ ।
ଆଜି ଆପଣଙ୍କ ରାଶିରେ (ତା.୦୬-୦୩-୨୦୨୩ ରିଖ ଗୁରୁବାର)
ଆଜି ଆପଣଙ୍କ ରାଶିରେ (ତା.୦୬-୦୩-୨୦୨୩ ରିଖ ଗୁରୁବାର)

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...