The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ଆଜି ଆପଣଙ୍କ ରାଶିରେ (ତା. ୧୯-୦୬-୨୦୨୩ ରିଖ ସୋମବାର)

Facebook
Twitter
LinkedIn

ମେଷ-ଆଜି ସକାଳୁ କୌଣସି କାମରେ ନିଜକୁ ନିୟୋଜିତ କରି ଅନ୍ୟମାନଙ୍କ କୃପାଭାଜନ ହେବେ । ଶୁଭ ଗ୍ରହ ପ୍ରଭାବରୁ ଆଜି ଦିନଟି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ । ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ । ଦ୍ୱିଜା ନକ୍ଷତ୍ର ସକାଶେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ ।

ବୃଷ-ଆଜି ଶୁଭଗ୍ରହ ବୁଧଙ୍କ ସୁପ୍ରଭାବରୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ । ମୃଗଶିରା ନକ୍ଷତ୍ର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ ।

ମିଥୁନ-କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ । ପୁନର୍ବସୁ ନକ୍ଷତ୍ରର ପଡ଼ୋଶୀଙ୍କ ସହ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ ।

କର୍କଟ-ଆଜି ନିଜର ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ବିତ ମନେକରିବେ । ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ଆପଣଙ୍କୁ ସାହାଯ୍ୟ କରିବ। ପୁଷ୍ୟା ନକ୍ଷତ୍ର ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାମୟିକ ପ୍ରତିବନ୍ଧକ ଦେଖାଦେଇପାରେ ।

ସି˚ହ-ଭଲ କଥା କହିଲେ ମଧ୍ୟ ଭୁଲ ବୁଝାମଣା କାରଣରୁ ପରିବାରରେ ସମ୍ପର୍କ ହାନି ଆଶଙ୍କା ରହିଛି । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ପୂର୍ବାଫାଲଗୁନୀ ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ବନ୍ଧୁମାନଙ୍କର ପ୍ରଶଂସା ସୂଚକ ବାକ୍ୟରେ ନିଜକୁ ଭାଗ୍ୟବାନ ମନେକରିବେ ।

କନ୍ୟା-ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡନ କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ । ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିିତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ । ହସ୍ତା ନକ୍ଷତ୍ରର ଟେନସନ୍‌ ଦୂର ହେବ ।

ତୁଳା-କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ । ବିଶାଖା ନକ୍ଷତ୍ର ସକାଶେ ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ସାମୟିକ ବିଚଳିତ ହେବେ ।

ବିଛା-ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍‌ଭାବ ବଢ଼ିବ। ଘରୁ ବରାଦ ପାଇ ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣିପାରନ୍ତି । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଅନୁରାଧା ନକ୍ଷତ୍ରର ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି ।

ଧନୁ-ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି ଗୋପନୀୟ କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ।

ମକର-ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି । ବହୁତ ଦିନରୁ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ଶ୍ରବଣା ନକ୍ଷତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ ।

କୁମ୍ଭ-ଆଜି ପୂର୍ବଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ। ବାଣିଜ୍ୟ, ବ୍ୟବସାୟରେ ରହିଥିବା ପୂର୍ବ ସମସ୍ୟାକୁ ସୁଧାରି ନେବେ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି । ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ ।

ମୀନ-କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଉତ୍ତରଭାଦ୍ରବ ନକ୍ଷତ୍ରର ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login