ଭୁବନେଶ୍ୱର : ଆଜି ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ୫ ଦିନିଆ ଓଡିଶା ଗସ୍ତର କାର୍ଯ୍ୟକ୍ରମ ରହିଛି । ୭ ତାରିଖ ଯାଏଁ ଓଡିଶା ଗସ୍ତରେ ଆସିବେ । ଅପରାହ୍ନ ୫ଟାରେ ଭୁବନେଶ୍ୱର ଏୟାରପୋର୍ଟରେ ପହଁଚିବେ ଦ୍ରୈାପଦୀ ମୁର୍ମୁ । ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି । ତେବେ ଓଡିଶା ଗସ୍ତର କାର୍ଯ୍ୟସୂଚୀ ସମ୍ପର୍କରେ ଆସନ୍ତୁ ଜାଣିବା ।
ଆଜି ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ ।
ଏହାପରେ ସିଧାସଳଖ ବିମାନ ବନ୍ଦରରୁ ବାହାରି ୫.୩୦ରେ ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ । ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।
୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ହୀରକ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏହାପରେ ୧୨ଟାରେ ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟରେ ନୌସେନା ଦିବସ କାର୍ୟ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ସେହିଦିନ ପୁରୀ ରାଜଭବନ ଠାରେ ରାତ୍ରୀଯାପନ ରାଷ୍ଟ୍ରପତି ମୁର୍ମୁ ।
୫ ତାରିଖ ଗୁରୁବାର ସକାଳ ୯ଟା ୩୫ମିନିଟରେ ପୁରୀରୁ ବାହାରି ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦର ପହଞ୍ଚିବା ପରେ ୧୦ଟା ୫୦ମିନିଟରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ” ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର “ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ”ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
ଆଜି ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











