ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ଭୁବନେଶ୍ୱର ଏମସରେ ସମାବର୍ତ୍ତନ ସମାରୋହରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି । କାରକେଡ୍ ରିହରସାଲ କରିଛି କମିଶନରେଟ୍ ପୋଲିସ । ଆଜି ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ବାୟୁସେନା ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି । ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ କାର୍ୟ୍ୟକ୍ରମ । ୧୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହି ଉତ୍ସବରେ ରାଜ୍ୟପାଳ ଅଧ୍ୟକ୍ଷତା କରିବେ ।
Views: 37











