ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ । ୮୮ତମ ଉତ୍କଳ ଦିବସ ପାଳନ କରୁଛନ୍ତି ଓଡ଼ିଶା ବାସୀ । ଆଜିର ଦିନରେ ଆମେ ପାଇଥିଲେ ସ୍ୱତନ୍ତ୍ର । ଗର୍ବ ଗୈାରବରେ ଆଜି ବି ଆମ ଛାତି ଫୁଲି ଉଠେ । ୧୯୩୬ ମସିହା ଏପ୍ରିଲ ୧ ତାରିଖ । ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ । ୧୯୩୬ ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଭାଷା ଭିତ୍ତିରେ ଏକ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାରେ ଓଡ଼ିଶା ପାଲଟିଥିଲା ଭାରତର ପ୍ରଥମ ରାଜ୍ୟ । ଏହା ପୂର୍ବରୁ ଖଣ୍ଡ ବିଖଣ୍ଡିତ ହୋଇ ବିକ୍ଷିପ୍ତ ଅବସ୍ଥାରେ ଥିବା ଓଡ଼ିଶା ଏହାର ପରିଚୟ ସମ୍ପୂର୍ଣ୍ଣ ହରାଇବାକୁ ବସିଥିଲା । ୧୫୬୮ ବେଳକୁ ଓଡ଼ିଶାର ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବ ଯୁଦ୍ଧରେ ପରାସ୍ତ ହେବା ସହିତ ଅସ୍ତମିତ ହୋଇଥିଲା ସ୍ବାଧୀନ ଓଡ଼ିଶାର ସୂର୍ୟ୍ୟ । ୧୮୦୩ରେ ଓଡ଼ିଶା ଦଖଲ କରିଥିଲେ ଇଂରେଜ । ସ୍ବାଧୀନ ଓଡ଼ିଶାର ସୂର୍ୟ୍ୟୋଦୟର ସମ୍ଭାବନା ସୃଷ୍ଟି କରିଥିଲେ ମାଟିମାତୃକାର ସୁଯୋଗ୍ୟ ସନ୍ତାନ । ସେମାନଙ୍କ ଅବିରତ ନିଷ୍ଠାପର ସାଧନା-ସଂକଳ୍ପ-ସଂଗ୍ରାମ ଯୋଗୁଁ ଉନ୍ନବିଂଶ ଶତାବ୍ଦୀର ଶେଷ ଭାଗରୁ ଆରମ୍ଭ ହୋଇଥିବା ଓଡ଼ିଶାର ନବଜାଗରଣ ପର୍ବର ପୂର୍ଣ୍ଣାହୂତି ହୋଇଥିଲା ୧୯୩୬ ଏପ୍ରିଲ ୧ରେ । ଏହି ଦିନ ଭାଷା ଭିତ୍ତିରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଅନୁମୋଦନ ଦେଇଥିଲା ବ୍ରିଟିଶ ସରକାର । ସେହି ଦିନଠାରୁ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ଅବିହିତ କରାଯାଇଛି । ସାଧାରଣ ଓଡିଆ ବି ଆଜିର ଦିନକୁ କେବେ ବି ଭୁଲି ପାରିବ ନାହିଁ ।
ଆଜି ଉତ୍କଳ ଦିବସ , ପ୍ରତ୍ୟେକ ଓଡିଆ ପାଇଁ ଆଜି ସ୍ୱର୍ଣ୍ଣିମ ଦିନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











