ଭୁବନେଶ୍ୱର : ଭୁବନେଶ୍ୱରରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ । ରିଜର୍ଭ ପୋଲିସ ପ୍ୟାରେଡ ପଡିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ୟ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଗଠନ ହୋଇଥିଲା ପୋଲିସ ବିଭାଗ । ସେହିପରି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜ୍ୟସ୍ତରୀୟ ପରେଡ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୋଲିସ ଡିଜି ୱାଇବି ଖୁରାନିଆ । ସୁନ୍ଦରଗଡରେ ବି ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍ରେ ଅଭିଭାଦନ ଗ୍ରହଣ କରିଥିଲେ ।
ଆଜି ଓଡିଶା ପୋଲିସର ୯୦ ତମ ପ୍ରତିଷ୍ଠା ଦିବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











